Uncategorized

*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରୋଗୀ କଲ୍ୟାଣ ସମିତି ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ##

*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରୋଗୀ କଲ୍ୟାଣ ସମିତି ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ*

ଢେଙ୍କାନାଳ : ୨୮/୦୪- ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରୋଗୀ କଲ୍ୟାଣ ସମିତି ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ବୈଠକରେ ମାନ୍ୟବର ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣି , ମାନ୍ୟବର ବିଧାୟକ କାମାକ୍ଷାନଗର ଶ୍ରୀ ଶତୃଘନ ଜେନା , ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ , ଜିଲ୍ଲାପାଳ ଶ୍ରୀ ଆଶିଷ ଈଶ୍ୱର ପାଟିଲ , ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ଜୟନ୍ତୀ ପାତ୍ର , ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏବଂ ରୋଗୀ କଲ୍ୟାଣ ସମିତିର ସଦସ୍ୟମାନେ ଉପସ୍ଥିତ ଥିଲେ।

ବୈଠକରେ DHHର ସାମ୍ପ୍ରତିକ ସେବା, ଭିତ୍ତିଭୂମି ଉନ୍ନତି, ରୋଗୀ ସନ୍ତୁଷ୍ଟି, NQAS ମାନକ ପାଳନ ଏବଂ RKS ପାଣ୍ଠିର ବିନିଯୋଗ ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରାଯାଇଥିଲା। ରୋଗୀମାନଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ସମସ୍ତ ସଦସ୍ୟ ମିଳିତ ଭାବେ କାର୍ଯ୍ୟ କରିବାକୁ ମତ ପ୍ରକାଶ କରିଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button
Click to listen highlighted text!
error: Content is protected !!